ଜଳେଶ୍ୱର: ସୁବର୍ଣ୍ଣରେଖା ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ଲଗାଣ ବର୍ଷା ଭଳି ପରିସ୍ଥିତି ଲାଗି ରହିଛି। ଗତ ୨୩ ତାରିଖ ପୂର୍ବାହ୍ନ ୮ ଟା ସୁଦ୍ଧା ସେହି ୨୪ ଘଣ୍ଟା ମଧ୍ୟରେ ନଦୀର ଅବବାହିକା ଅଞ୍ଚଳ ଜାମସେଦପୁର ରେ ୧୧୮.୦ ଏମଏମ,ଘାଟଶିଳା ରେ ସର୍ବାଧିକ ୧୫୦.୪ଏମଏମ,ଜାମଶୋଳାଘାଟ ରେ ୪୦.୬ ଏମଏମ,ଫେକଘାଟ ରେ ୧୪.୨ ଏମଏମ ଓ ରାଜଘାଟ ରେ ୩.୦ ଏମଏମ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ପୁଣି ଗତକାଲିଠାରୁ ମଧ୍ୟ ବର୍ଷା ବିତ୍ପାତ ଲାଗି ରହିଛି। ଫଳରେ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଗାଲଡିହି ଜଳଭଣ୍ଡାରର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଆଜି ସକାଳ ୮ ଟାରେ ରାଜଘାଟ ଠାରେ ନଦୀର ଜଳପତ୍ତନ ୧୦.୬୨ ମିଟର ରେ ପ୍ରବାହିତ ହେଉଛି। ରାଜଘାଟ ଠାରେ ନଦୀର ସତର୍କ ସଙ୍କେତ ୯.୪୫ ମିଟର ଓ ବିପଦ ସଙ୍କେତ ୧୦.୩୬ ମିଟର ରହିଛି। ସୁବର୍ଣ୍ଣରେଖା ବନ୍ୟା ଦୃଷ୍ଟିରୁ ବାଲେଶ୍ଵରଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବାଲେଶ୍ଵରର ସମସ୍ତ ବିଡ଼ିଓ, ତହସିଲଦାର ତଥା ଅନ୍ୟ ପଦାଧିକାରୀଙ୍କୁ ବନ୍ୟା ପରିସ୍ଥିତି ଉପରେ ତୀକ୍ଷ୍ମ ନଜର ରଖିବା ପାଇଁ ବାଲେଶ୍ଵର ଜିଲ୍ଲାପାଳ ସୁର୍ଯ୍ୟବଂଶୀ ମୟୁର ବିକାଶ ନିର୍ଦ୍ଦେଶ ଦେଇଛନ୍ତି।ଗତକାଲି ଅପରାହ୍ନ ୩ଟାରେ ଗାଲୁଡିହି ଜଳଭଣ୍ଡାରର ଜଳପତ୍ତନ ୯୧.୮୦ ମିଟର ପହଞ୍ଚିବାରୁ ଗାଲୁଡିହି ବ୍ୟାରେଜ କର୍ତ୍ତୃପକ୍ଷ ନଦୀକୁ ୧୩ ଟି ଗେଟ ଖୋଲି ଦେଇଛନ୍ତି। ଏହି ୧୩ ଟି ଗେଟ ଦେଇ ପ୍ରତି ସେକେଣ୍ଡ ରେ ୫୪୨୮.୫୬ କ୍ୟମେକ୍ ଅର୍ଥାତ୍ ୧ ଲକ୍ଷ ୯୦ ହଜାର କ୍ୟୁସେକ ପାଣି ସୁବର୍ଣ୍ଣରେଖା ନଦୀକୁ ନିଷ୍କାସିତ ହେଉଛି। ଝାରଖଣ୍ଡରେ ବର୍ଷା ଯୋଗୁଁ ଆହୁରି ଗେଟ ଖୋଲା ଯାଇପାରେ ବୋଲି ଆଶଙ୍କା କରାଯାଉଛି। ଫଳରେ ନଦୀର ଉପରମୁଣ୍ଡ ଜାମଶୋଳାଘାଟ ଠାରେ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଏଠାରେ ଅପରାହ୍ନ ୩ ଟାରେ ନଦୀର ଜଳପତ୍ତନ ୫୧.୧୮୦ ମିଟର ରେ ପ୍ରବାହିତ ହେଉଛି। ଜାମଶୋଳାଘାଟ ରେ ନଦୀର ସତର୍କ ସଙ୍କେତ ୪୮.୩୨୦ ମିଟର ଓ ବିପଦ ସଙ୍କେତ ୪୯.୧୬୦ ମିଟର ରହିଛି। ଏହି ଜଳ ନଦୀର ନିମ୍ନ ଅବବାହିକା ରାଜଘାଟଠାରେ ମଧ୍ୟରାତ୍ରୀରୁ ପହଞ୍ଚିବାକୁ ଲାଗିଛି। ଫଳରେ ରାଜଘାଟ ସମେତ ନଦୀର ତଳିଆ ଅଞ୍ଚଳ ଜଳେଶ୍ଵର, ଭୋଗରାଇ, ବସ୍ତା ଓ ବାଲିଆପାଳ ବ୍ଲକର ବିସ୍ତୀର୍ଣ୍ଣ ଅଞ୍ଚଳ ଜଳାର୍ଣ୍ଣବ ହୋଇଗଲାଣି।ଆଜି ସକାଳ ୮ ଟାରେ ରାଜଘାଟ ଠାରେ ନଦୀର ଜଳପତ୍ତନ ୧୦.୬୨ ମିଟର ରେ ପ୍ରବାହିତ ହେଉଛି। ରାଜଘାଟ ଠାରେ ନଦୀର ସତର୍କ ସଙ୍କେତ ୯.୪୫ ମିଟର ଓ ବିପଦ ସଙ୍କେତ ୧୦.୩୬ ମିଟର ରହିଛି। ସୁବର୍ଣ୍ଣରେଖା ବନ୍ୟା ଦୃଷ୍ଟିରୁ ବାଲେଶ୍ଵର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବାଲେଶ୍ଵରର ସମସ୍ତ ବିଡ଼ିଓ, ତହସିଲଦାର ତଥା ଅନ୍ୟ ପଦାଧିକାରୀଙ୍କୁ ବନ୍ୟା ପରିସ୍ଥିତି ଉପରେ ତୀକ୍ଷ୍ମ ନଜର ରଖିବା ପାଇଁ ବାଲେଶ୍ଵର ଜିଲ୍ଲାପାଳ ସୁର୍ଯ୍ୟବଂଶୀ ମୟୁର ବିକାଶ ନିର୍ଦ୍ଦେଶ ଦେଇଛନ୍ତି।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
ବିଶେଷ
ଗାଲୁଡିହି ଛାଡ଼ିଲା ପାଣି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା। , ଚିନ୍ତାରେ ଉତ୍ତର ବାଲେଶ୍ଵରର ନିମ୍ନ ଅବବାହିକା ଅଞ୍ଚଳବାସୀ
- 24-08-25
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam