Breaking News
ଅପରାଧ

ଚୌଦ୍ୱାର ଜେଲ ପରେ ଏବେ ପୁଣି ଚନ୍ଦକା ଥାନାରୁ ଫେରାର ହେଇଗଲା ଚୋର

ଚୌଦ୍ୱାର ଜେଲ ପରେ ଏବେ ପୁଣି ଚନ୍ଦକା ଥାନାରୁ ଫେରାର ହେଇଗଲା ଚୋର

ଭୁବନେଶ୍ବର: କନେଷ୍ଟବଳଙ୍କୁ ଧକ୍କା ଦେଇ ଚନ୍ଦକା ଥାନାରୁ ଚମ୍ପଟ ମାରିଲା ଚୋର। ଫେରାର ଅଭିଯୁକ୍ତ ହେଉଛି ପଶ୍ଚିମବଙ୍ଗର ରାଜା। ସୂଚନା ଅନୁସାରେ ଗତମାସ ୨୮ ତାରିଖ ରାତିରେ ଏକ ଆଇଫୋନ ଚୋରି ହୋଇଥିଲା। ସେହି ଅଭିଯୋଗ ତଦନ୍ତ କରି ଦୁଇ ଦିନ ତଳେ ଚନ୍ଦକା ପୁଲିସ ରାଜାକୁ ଧରି ଆଣି ଅଧିକ ପଚରାଉଚରା କରୁଥିଲା । ଗତକାଲି ଅଭିଯୁକ୍ତ ରାଜା ବାନ୍ତି ଲାଗୁଥିବା ବାହାନା କରି ବାଥରୁମ ଯାଇଥିଲା। ଥାନାର ସେଣ୍ଟ୍ରି ସମେତ ଦୁଇ ଜଣ କନେଷ୍ଟବଳ ମଧ୍ୟ ତାକୁ ଜଗି ଛିଡ଼ା ହୋଇଥିଲେ। ହେଲେ ଅଭିଯୁକ୍ତ ଜଣଙ୍କ ଚତୁରତାର ସହ ଜଣେ କନେଷ୍ଟବଳଙ୍କୁ ଧକ୍କା ଦେଇ ଦୌଡ଼ି ପଳାଇଥିଲା। ରାଜା ଖସିଯିବା ପରେ ଚନ୍ଦକା ଥାନାର ଢିଲା ସୁରକ୍ଷା ବ୍ୟବସ୍ଥା ଏବେ ପଦାରେ ପଡ଼ିଛି। ଥାନାରେ ଏକାଧିକ କର୍ମଚାରୀ ଥାଇ ମଧ୍ୟ ଚୋର ଖସି ପଳାଇଯିବା କମିସନରେଟ ପୁଲିସର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।ଗତକାଲି ଅଭିଯୁକ୍ତ ଜଣଙ୍କ ବାନ୍ତି ଲାଗୁଥିବା ବାହାନା କରି ବାଥରୁମ ଯାଇଥିଲା। ଥାନାର ସେଣ୍ଟ୍ରି ସମେତ ଦୁଇ ଜଣ କନେଷ୍ଟବଳ ମଧ୍ୟ ତାକୁ ଜଗି ଛିଡ଼ା ହୋଇଥିଲେ। ହେଲେ ଅଭିଯୁକ୍ତ ଜଣଙ୍କ ଚତୁରତାର ସହ ଜଣେ କନେଷ୍ଟବଳଙ୍କୁ ଧକ୍କା ଦେଇ ଦୌଡ଼ି ପଳାଇଥିଲା। ରାଜା ଖସିଯିବା ପରେ ଚନ୍ଦକା ଥାନାର ଢିଲା ସୁରକ୍ଷା ବ୍ୟବସ୍ଥା ଏବେ ପଦାରେ ପଡ଼ିଛି। ଥାନାରେ ଏକାଧିକ କର୍ମଚାରୀ ଥାଇ ମଧ୍ୟ ଚୋର ଖସି ପଳାଇଯିବା କମିସନରେଟ ପୁଲିସର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Related Post