ବାରଙ୍ଗ: ସରକାର ମହିଳା ଓ ଶିଶୁ ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବାରଙ୍ଗ ବ୍ଲକ୍ କୁହ୍ନେଇପଡ଼ା ପଞ୍ଚାୟତ ଅଧୀନ ୱାର୍ଡ ନମ୍ବର-୧ କୁସିନ୍ଦା ଗ୍ରାମରେ ଶିଶୁ ବିକାଶ ଯୋଜନା ଉପହାସ ପାଲଟିଛି। ଦୀର୍ଘ ୧୭ ବର୍ଷ ହେଲାଣି ଏଠାରେ ଅଙ୍ଗନବାଡ଼ି କେନ୍ଦ୍ରର ଘର ନ ଥିବାରୁ ପିଲାମାନଙ୍କୁ ଏଣେ ତେଣେ ପାଠପଢ଼ା ଚାଲିଛି। ଏପରିକି ଗାଁ ଦାଣ୍ଡରେ ଅଙ୍ଗନବାଡ଼ି ଚାଲିଥିବାର ଦୃଶ୍ୟ ଦେଖିବାକୁ ମିଳୁଛି। ଏହି ଦୃଶ୍ୟ କୌଣସି ଉପାନ୍ତ ଗ୍ରାମ ନୁହେଁ, କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୫ କିମି ଦୂରରେ ଥିବା କୁସିନ୍ଦା ଗ୍ରାମର। ସରକାରୀ ସ୍ବୀକୃତିପ୍ରାପ୍ତ ଏହି ଅଙ୍ଗନବାଡ଼ି କେନ୍ଦ୍ରରେ ପରିଚାଳିକା ଓ ସହାୟିକା ନିଯୁକ୍ତ ହୋଇ ପିଲାଙ୍କୁ ପାଠ ପଢ଼ା ଦାୟିତ୍ୱ ତୁଲାଇ ଆସୁଛନ୍ତି। କିନ୍ତୁ କେନ୍ଦ୍ରର ଗୃହଟିଏ ନିର୍ମାଣ କରାଯାଇ ପରିନାହିଁ। ଫଳର ଗାଁ ଦାଣ୍ଡ ଛକରେ ଜରିପାଲ ପକାଇ ପିଲାଙ୍କୁ ପାଠ ପଢ଼ା ଯାଉଛି। ବର୍ଷା ଦିନରେ ପିଲାମାନଙ୍କୁ କୋଠ ଘରେ ବସାଇ ପାଠ ପଢ଼ାଯାଏ। ତେବେ କୋଠଘରେ ଗ୍ରାମର ସାଂସ୍କୃତିକ କାର୍ଯ୍ୟ ଚାଲିଥିବା ବେଳେ ସେଠାରେ ପାଠ ପଢ଼ା ସମ୍ଭବ ହୁଏ ନାହିଁ। ସେଥିଲାଗି ସାହି ଲୋକଙ୍କ ପିଣ୍ଡା କିମ୍ବା ବାରଣ୍ଡାରେ ପାଠ ପଢ଼ାଯାଇ ଥାଏ। ଏବେ କୋଠ ଘରେ କାର୍ତ୍ତିକେଶ୍ୱର ମହୋତ୍ସବ ହେବାକୁ ଯାଉଛି। ମୂର୍ତ୍ତି ନିର୍ମାଣ ଆରମ୍ଭ ହେବାରୁ ପିଲାମାନଙ୍କୁ ରାସ୍ତାରେ ବସାଇ ପାଠ ପଢ଼ା ଯାଉଥିଲା। ଅଭିଭାବକ ଓ ଗ୍ରାମବାସୀ ଗାଁ ଦାଣ୍ଡରେ ପିଲାଙ୍କ ପାଠ ପଢା ଦେଖି ଅସନ୍ତୋଷ ପ୍ରକାଶ କରିଥିଲେ। କୁହ୍ନେଇପଡ଼ା ସରପଞ୍ଚ ରୀତାଞ୍ଜଳି ସାମଲ ଗ୍ରାମବାସୀଙ୍କ ସହ ଆଲୋଚନା କରି ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପକ୍ଷରେ ଯଥାଶୀଘ୍ର ଅଙ୍ଗନବାଡ଼ି ଗୃହ ନିର୍ମାଣ କରା ନ ଗଲେ ଆଗାମୀ ଦିନରେ ବାରଙ୍ଗ ତହସିଲ କାର୍ଯ୍ୟାଳୟ ପରିସରରେ ନେଇ ପିଲାମାନଙ୍କୁ ପାଠ ପଢାଇବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam