ବାଲେଶ୍ବର: ବାଲେଶ୍ବର ସହରର ୧୦ କିମି ପରିଧି ମଧ୍ୟରେ ରହିଛି ଫକୀରମୋହନ ମେଡିକାଲ କଲେଜ ଓ ହସ୍ପିଟାଲ (ଏଫ୍ଏମ୍ ଏମ୍ସିଏଚ୍), ଏମ୍ସ ସାଟେଲାଇଟ୍ ସେଣ୍ଟର ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ। ଏହି କାରଣରୁ ବାଲେଶ୍ବର ଉନ୍ନତ ସ୍ବାସ୍ଥ୍ୟସେବାର ହବ୍ ପାଲଟିବ ବୋଲି ଆଶା କରାଯାଉଥିଲା। ହେଲେ ବିଭାଗୀୟ ଅବହେଳା, ପରିଚାଳନାଗତ ତ୍ରୁଟି ଆଦି କାରଣରୁ ଏହା ଆଶାରେ ରହିଛି। ଫକୀରମୋହନ ମେଡିକାଲ କଲେଜ ଓ ହସ୍ପିଟାଲ ୨୦୨୪ ମାର୍ଚ୍ଚରୁ ରେମୁଣାସ୍ଥିତ ନିଜସ୍ବ କୋଠାରେ କାର୍ଯ୍ୟକ୍ଷମ ହୋଇଛି। ହେଲେ ୭ଟି ବିଭାଗରେ ପ୍ରଫେସର କିମ୍ବା ବିଭାଗୀୟ ମୁଖ୍ୟ ନାହାନ୍ତି। ଫିଜିକାଲି ମେଡିସିନ୍ ଆଣ୍ଡ୍ ରିହାବିଲିଟେସନ (ପିଏମ୍ଆର୍), ଅର୍ଥପେଡିକ୍, ବାୟୋକେମେଷ୍ଟ୍ରି, ମାଇକ୍ରୋ ବାୟୋଲୋଜି, ରେଡିଓଲୋଜି ବିଭାଗରେ ପ୍ରଫେସର ଖାଲିପଡ଼ିଛି। ଆନାଟୋମି, ବୋୟୋଲୋଜି, ମାଇକ୍ରୋ ବାୟୋଲୋଜି, ଏଫ୍ଏମ୍ଟି ବିଭାଗରେ ୧୨ଟି ଆସୋସିଏଟ୍ ପ୍ରଫେସର ଖାଲି ପଡ଼ିଥିବା ବେଳେ ଚର୍ମ ଓ ସର୍ଜରି, ରେଡିଓଲୋଜି ବିଭାଗରେ ୧୪ଟି ସିନିୟର ରେସିଡେଣ୍ଟ୍, ୧୪ଟି ଜୁନିୟର ରେସିଡେଣ୍ଟ୍, ୩ଟି ଟ୍ୟୁଟର୍, ଗୋଟିଏ ଆସିଷ୍ଟାଣ୍ଟ୍ ପ୍ରଫେସର ପଦ ଖାଲିପଡ଼ିଛି। ଏହିପରି ମୋଟ ୫୨ଟି ପଦବି ଖାଲି ପଡ଼ିଛି। ଫଳରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ସହ ରୋଗୀସେବା ବାଧାପ୍ରାପ୍ତ ହେଉଛି।ସେହିପରି ଦିନକୁ ଦିନ ହୃଦ୍ରୋଗୀଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଏଠାରେ ଏଯାଏଁ କାର୍ଡିଓଲୋଜି ବିଭାଗ ଖୋଲାଯାଇନି। ନ୍ୟୁରୋଲୋଜି, ଗ୍ୟାଷ୍ଟ୍ରୋଲୋଜି, ନେଫ୍ରୋଲୋଜି ଭଳି ଗୁରୁତ୍ବପୂର୍ଣ୍ଣ ବିଭାଗ ଖୋଲି ନ ଥିବାରୁ ହଜାର ହଜାର ରୋଗୀ ନିରାଶ ହୋଇ ପୂର୍ବ ଭଳି କଟକ, ଭୁବନେଶ୍ବର ଦୌଡ଼ୁଛନ୍ତି। ମାରାତ୍ମକ କ୍ୟାନସର ରୋଗର ଚିକିତ୍ସା ନିମନ୍ତେ ଅଙ୍କୋଲୋଜି ବିଭାଗ ଖୋଲିବାକୁ ଗତ ନିର୍ବାଚନ ସମୟରେ ଲୋକଙ୍କୁ ପ୍ରତିଶ୍ରୁତି ଦିଆଯାଇଥିଲା। ହେଲେ ନୂଆ ସରକାର ଏହି ପ୍ରତିଶ୍ରୁତିକୁ ଭୁଲି ଯାଇଥିବା ଅଭିଯୋଗ ହେଉଛି। ଏସବୁ ଅବହେଳା ଯୋଗୁ ରେଫରାଲ୍ ସେଣ୍ଟରର ଦୁର୍ନାମ ମୁଣ୍ଡାଇଛି ଏହି ମେଡିକାଲ କଲେଜ ଓ ହସ୍ପିଟାଲ।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam