ଭୁବନେଶ୍ବର: ଆଜି ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି ସରକାର ସିବିଆଇ ତଦନ୍ତ କରିବା ଉଚିତ। ସେ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ ଓଡ଼ିଶାରେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ସିବିଆଇ ତଦନ୍ତ କରାଯିବ। ତାମିଲ ନେଇଗଲା ତାମିଲକୁ ଧର ଧର.. ଭଳି କଥା ବି କହିଥିଲେ ବିଜେଡି ବିଧାୟକ।ସୂଚନାଯୋଗ୍ୟ, ୨୦୧୮ରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ଚାବି ହଜିବା ପ୍ରସଙ୍ଗକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ସରକାର ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ରଘୁବୀର ଦାଶଙ୍କୁ କମିସନଙ୍କ ଅଧୢକ୍ଷ ଭାବେ ଦାୟିତ୍ବ ପ୍ରଦାନ କରିଥିଲେ। ୨୦୧୮ ଜୁନ୍ ୮ରେ ଗୃହ ବିଭାଗ ପକ୍ଷରୁ ତଦନ୍ତର ଟର୍ମସ୍ ଅଫ୍ ରେଫରେନ୍ସ ପ୍ରକାଶ ପାଇଥିଲା। ତଦନ୍ତ ପରେ କମିସନ ୨୦୧୮ ନଭେମ୍ବର ୨୯ରେ ସରକାରଙ୍କୁ ପୂର୍ଣ୍ଣାଙ୍ଗ ରିପୋର୍ଟ ପ୍ରଦାନ କରିଥିଲେ। ଏହି ରିପୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ରହସ୍ୟ ରହିଛି। କିନ୍ତୁ ସରକାର ଏହି ରିପୋର୍ଟକୁ ବିଧାନସଭାରେ ଉପସ୍ଥାପନ କରୁ ନାହାନ୍ତି। ରିପୋର୍ଟକୁ ସାର୍ବଜନୀନ ମଧ୍ୟ କରାଯାଉ ନାହିଁ। କମିସନ ଅଫ୍ ଇନ୍କ୍ବାରି ଆଇନ ୧୯୫୨ର ଧାରା ୩(୪) ଅନୁସାରେ ସରକାର ଏହି ପ୍ରସଙ୍ଗରେ ପଦକ୍ଷେପ ନିଅନ୍ତୁ ବୋଲି ଦର୍ଶାଇ ଆବେଦନକାରୀ ୨୦୨୩ରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରିଥିଲେ। କମିସନ ଅଫ୍ ଇନ୍କ୍ବାରି ଆଇନ ଅନୁସାରେ ସରକାର ଏହି ରିପୋର୍ଟକୁ ବିଧାନସଭାରେ ଉପସ୍ଥାପନ କରିବା ଉଚିତ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ଅନୁପ କୁମାର ମହାପାତ୍ର ମାମଲା ପରିଚାଳନା କରୁଛନ୍ତି।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
ବଡ଼ ଖବର
ବିଧାନସଭାରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇଲେ ବିରୋଧୀ, ସିବିଆଇ ତଦନ୍ତ ଦାବି କଲେ
- 09-12-25
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam