ଢ଼ାକା: ବାଂଲାଦେଶରେ ଛାତ୍ରନେତା ହତ୍ୟା ଘଟଣାକୁ ବିରୋଧ କରି ଏବେ ଦେଶବ୍ୟାପୀ ହିଂସା ଏବଂ ଉତ୍ତେଜନା ଜାରି ରହିଛି। ହିନ୍ଦୁମାନଙ୍କ ଉପରେ ଅତ୍ୟାଚାର ବଢ଼ିବାରେ ଲାଗିଛି। ଏପର୍ଯ୍ୟନ୍ତ ୨ ଜଣ ହିନ୍ଦୁ ଦୀପୁଚନ୍ଦ୍ର ଦାସ ଏବଂ ଅମୃତ ମଣ୍ଡଳଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଏହି ଘଟଣା ଏବେ ହିନ୍ଦୁମାନଙ୍କ ମଧ୍ୟରେ ଆତଙ୍କ ଖେଳାଇ ଦେଇଛି। ରଙ୍ଗପୁର, ଚିଟାଗଙ୍ଗ, ଢାକା ଏବଂ ମୟମନସିଂହରେ ରହୁଥିବା ହିନ୍ଦୁମାନେ ଏବେ ଅସହାୟ ହୋଇ ପଡ଼ିଛନ୍ତି। ହିନ୍ଦୁମାନେ ଏବେ ସେମାନଙ୍କୁ ସୁରକ୍ଷା ଦେବାପାଇଁ ଏବଂ ବଞ୍ଚାଇବା ପାଇଁ ସୀମା ଖୋଲିବାକୁ ଅନୁରୋଧ କରିଛନ୍ତି। ଏମଧ୍ୟରେ ଦୀପୁଚନ୍ଦ୍ର ଦାସଙ୍କୁ କେତେ ନିର୍ମମ ଭାବେ ହତ୍ୟା କରାଯାଇଥିଲା ତାହା ଜଣାଇଛନ୍ତି ଜଣେ ପ୍ରତ୍ୟକ୍ଷଦର୍ଶୀ।ନିଜ ନାମ ଗୋପନ ରଖି ସେ ଜାତୀୟ ଗଣମାଧ୍ୟମକୁ ସବୁ ଜଣାଇଛନ୍ତି। କିଭଳି ନିଜ ଲୋକ ଦୀପୁଙ୍କ ଶତ୍ରୁ ପାଲଟିଗଲେ ତାହା ସେ ଜଣାଇଛନ୍ତି। ଯେଉଁମାନଙ୍କ ସହ ସେ କାନ୍ଧରେ କାନ୍ଧ ମିଶାଇ କାମ କରୁଥିଲେ, ସେମାନେ କିଭଳି ଷଡ଼ଯନ୍ତ୍ର କରି ତାଙ୍କୁ ଫସାଇ ଦେଲେ ତାହା ସାମ୍ନାକୁ ଆସିଛି।ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, ଦୀପୁ ଚନ୍ଦ୍ର ଦାସ ଜଣେ ପରିଶ୍ରମୀ ଯୁବକ ଥିଲେ। କିନ୍ତୁ ତାଙ୍କର କଠିନ ପରିଶ୍ରମ କିଛି ଲୋକଙ୍କୁ ପସନ୍ଦ ଆସୁନଥିଲା। ଭଲ କାମ କରି ପ୍ରଶଂସା ପାଉଥିବା ଦୀପୁଙ୍କ ଖୁସିକୁ ସହିପାରିନଥିଲେ ତାଙ୍କର କିଛି ସହକର୍ମୀ। ପ୍ରତିଶୋଧ ପରାୟଣ ହୋଇ ସହକର୍ମୀମାନେ ତାଙ୍କ ବିରୋଧରେ ଧାର୍ମିକ ବ୍ୟକ୍ତିଙ୍କୁ ନିନ୍ଦା କରିଥିବା ନେଇ ମିଥ୍ୟା ପ୍ରଚାର କରିଥିଲେ। ଏହି ଗୁଜବ ଜାଣିଶୁଣି ଭିଡ଼କୁ ଉସୁକାଇବା ପାଇଁ ପ୍ରଚାର କରାଯାଇଥିଲା। ଏହି ଅଭିଯୋଗ ପରେ ପ୍ରଥମେ ଦୀପୁ ଦା’ଙ୍କୁ ଏଚ୍ଆର କାର୍ଯ୍ୟାଳୟକୁ ଡକାଯାଇଥିଲା। ସେମାନେ ତାଙ୍କୁ ଇସ୍ତଫା ଦେବାକୁ ବାଧ୍ୟ କରିଥିଲେ। ଏହି ସମୟରେ କାରଖାନା କର୍ମଚାରୀଙ୍କ ସହିତ ବାହାର ଲୋକ ମଧ୍ୟ ଥିଲେ। ଦୀପୁ ଦା’ ଇସ୍ତଫା ଦେବା ପରେ ତାଙ୍କୁ ଦଙ୍ଗାକାରୀଙ୍କୁ ହସ୍ତାନ୍ତର କରାଯାଇଥିଲା। ଏହା ପରେ ଭିଡ଼ ତାଙ୍କୁ କାରଖାନା ଗେଟ୍ ବାହାରକୁ ନେଇ ପିଟିବା ଆରମ୍ଭ କରିଥିଲା। ସେମାନେ ତାଙ୍କ ମୁହଁ ଓ ଛାତିକୁ ମୋଟା ବାଡ଼ିରେ ପିଟିଥିଲେ ଓ ରକ୍ତସ୍ରାବ ହେବାରୁ ତାଙ୍କୁ ପ୍ରାୟ ୧କିଲୋମିଟର ପର୍ଯ୍ୟନ୍ତ ଘୋଷାଡ଼ି ନେଇଥିଲା। ଏତିକିରେ ସେମାନଙ୍କ ମନ ଶାନ୍ତ ହୋଇନଥିଲା। ଦୀପୁ ଦା’ ମରିସାରିଥିବା ଜାଣି ବି ତାଙ୍କୁ ଏକ ଗଛରେ ଟାଙ୍ଗି ନିଆଁ ଲଗାଇ ଦେଇଥିଲେ ଦଙ୍ଗାକାରୀ।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
ଅପରାଧ
ଷଡ଼ଯନ୍ତ୍ର କରି ଦୀପୁଙ୍କୁ ଦଙ୍ଗାକାରୀଙ୍କ ହାତକୁ ଠେଲି ଦେଇଥିଲେ ସହକର୍ମୀ, ଖୁଲାସା କଲେ ପ୍ରତ୍ୟକ୍ଷଦର୍ଶୀ
- 28-12-25
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam