Breaking News
ବଡ଼ ଖବର

ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ: ରାଜ୍ୟର କିଛି ଜିଲ୍ଲାରେ ଦେଖିବାକୁ ମିଳିଲା ପ୍ରଭାବ

ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ: ରାଜ୍ୟର କିଛି ଜିଲ୍ଲାରେ ଦେଖିବାକୁ ମିଳିଲା ପ୍ରଭାବ

 ଭୁବନେଶ୍ବର: ଧାନକିଣା ଅବ୍ୟବସ୍ଥା, ଯାନବାହନ ପ୍ରଦୂଷଣ ସାର୍ଟିଫିକେଟ୍‌ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ଟାଟା କମ୍ପାନିର ମନମାନି ବିରୋଧରେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବନିର୍ମାଣ କୃଷକ ସଂଗଠନ। ଆଜି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟିଆ ରାଜ୍ୟବ୍ୟାପୀ ଆନ୍ଦୋଳନ ଜାରି ରହିଛି। ଏହି ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସ, ବାମ ଦଳ ଓ ବିଭିନ୍ନ ସାମାଜିକ ସଂଗଠନ ସମର୍ଥନ ଜଣାଇଛନ୍ତି। ବିଜେଡି ଏହାକୁ ସ୍ବାଗତ କରିଥିଲେ ହେଁ ବିଧିବଦ୍ଧ ସମର୍ଥନ ଦେଇନାହିଁ। ଓଡିଶା ବନ୍ଦର ପ୍ରଭାବ ରାଜ୍ୟର କିଛି ଜିଲ୍ଲାରେ ଦେଖିବାକୁ ମିଳିଛି | ନବନିର୍ମାଣ କୃଷକ ସଂଗଠନର ବନ୍ଦ ଡାକରା ଯୋଗୁଁ ଗଜପତି ଜିଲ୍ଲାରେ ପ୍ରଭାବ ପଡିଛି | ପାରଳାଖେମୁଣ୍ଡି ସହର ପ୍ରବେଶ ପଥ ଫରେଷ୍ଟ ଗେଟ୍ ଛକ ନିକଟରେ ରାସ୍ତା ଉପରେ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି ଚାଷୀ। ଭଦ୍ରକରେ ମଧ୍ୟ ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡ଼ିଶା ବନ୍ଦ ପାଳନ କରାଯାଇଛି । ଭଦ୍ରକ ରେଳ ଷ୍ଟେସନ, ଭଦ୍ରକ ବସଷ୍ଟାଣ୍ଡ, ସରକାରୀ ଅଫିସ, ସ୍କୁଲ, କଲେଜ, ବ୍ୟବସାୟିକ ପ୍ରତିଷ୍ଠାନ ସବୁ ବନ୍ଦ କରାଯାଇଛି।

Related Post