ନୂଆପଡ଼ା ଜିଲ୍ଲା ସିନାପାଲି ସଦର ଅନ୍ତର୍ଗତ ବାହାଲପଡ଼ାରେ ପାନୀୟଜଳ ସମସ୍ୟା ଦିନକୁ ଦିନ ଗୁରୁତର ରୂପ ଧାରଣ କରୁଛି। ଦୀର୍ଘଦିନ ଧରି ଅଞ୍ଚଳରେ ପାଇପ ଯୋଗେ ପାଣି ଯୋଗାଣ ବନ୍ଦ ରହିଥିବା ବେଳେ ନଳକୂପଗୁଡ଼ିକ ମଧ୍ୟ ମରାମତି ଅଭାବରୁ ଅଚଳ ହୋଇପଡ଼ିଛି। ଫଳରେ ପ୍ରତିଦିନ ପାଣି ପାଇଁ ସ୍ଥାନୀୟ ଲୋକମାନେ, ବିଶେଷ କରି ମହିଳାମାନେ, ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପିଇବା ପାଣି ପାଇଁ ଦୂରଦୂରନ୍ତରୁ ପାଣି ଆଣିବାକୁ ପଡ଼ୁଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।
ପ୍ରକାଶ ଥାଉକି, ଗତ ୨୩ ତାରିଖରେ ପାନୀୟଜଳ ସମସ୍ୟା ନେଇ ସ୍ଥାନୀୟ ମହିଳାମାନେ ବ୍ଲକ କାର୍ଯ୍ୟାଳୟ ଘେରାଉ କରି ତୁରନ୍ତ ସମସ୍ୟା ସମାଧାନ ଦାବି କରିଥିଲେ। ସେତେବେଳେ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀମାନେ ସ୍ଥାନକୁ ପହଞ୍ଚି ଏକ ସପ୍ତାହ ମଧ୍ୟରେ ପାନୀୟଜଳ ସମସ୍ୟା ଦୂର କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ସପ୍ତାହ ବିତିଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନ ନିଆଯାଇଥିବାରୁ ମହିଳାମାନଙ୍କ ଅସନ୍ତୋଷ ଆହୁରି ବଢ଼ିଯାଇଛି।
ସୋମବାର ବ୍ଳକ ସଭାଗୃହରେ ଅନୁଷ୍ଠିତ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ବାହାଲପଡ଼ାର ଅନେକ ମହିଳା ଯୋଗଦେଇ ଉପସ୍ଥିତ ଅଧିକାରୀ ଓ ବିଭାଗୀୟ ଯନ୍ତ୍ରୀଙ୍କୁ ଘେରାଉ କରିଥିଲେ। ମହିଳାମାନେ କହିଥିଲେ ଯେ, ବର୍ଷେ ହେବ ଏହି ସମସ୍ୟା ଲାଗିରହିଛି, କିନ୍ତୁ ବିଭାଗୀୟ ଅଧିକାରୀ କିମ୍ବା ଜନପ୍ରତିନିଧିମାନେ ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି। ଅନେକଥର ଅଭିଯୋଗ କରାଯାଇଥିଲେ ମଧ୍ୟ କେବଳ ପ୍ରତିଶ୍ରୁତି ମିଳୁଛି, କିନ୍ତୁ କାମ କିଛି ହେଉନାହିଁ।
ମହିଳାମାନେ ଅଭିଯୋଗ କରିଥିଲେ ଯେ, ପାଣି ଅଭାବରୁ ଘରୋଇ କାମକାଜ ଠପ୍ପ ହୋଇଯାଉଛି। ଛୋଟ ଛୋଟ ଶିଶୁମାନଙ୍କ ପାଇଁ ପାଣି ଯୋଗାଡ଼ କରିବା ଦୁଷ୍କର ହୋଇପଡ଼ିଛି। ଦୂର ସ୍ଥାନରୁ ପାଣି ଆଣିବାକୁ ଯିବାରୁ ସମୟ ଓ ଶ୍ରମ ଦୁହିଁ ନଷ୍ଟ ହେଉଛି। କେତେକ ସ୍ଥାନରେ ଲୋକମାନେ ଅଶୁଦ୍ଧ ପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଥିବାରୁ ରୋଗ ବ୍ୟାପିବା ଆଶଙ୍କା ମଧ୍ୟ ବଢ଼ିଛି।
ଦୀର୍ଘ ସମୟ ଧରି ମହିଳାମାନଙ୍କ ସହ ଆଲୋଚନା ପରେ ଅଧିକାରୀମାନେ ଖୁବ ଶୀଘ୍ର ସମସ୍ୟାର ସମାଧାନ କରାଯିବ ବୋଲି ପୁନର୍ବାର ଆଶ୍ୱାସନ ଦେଇଥିଲେ। ନଳକୂପ ମରାମତି, ପାଇପ ଯୋଗେ ପାଣି ଯୋଗାଣ ସ୍ୱାଭାବିକ କରିବା ଓ ଅଞ୍ଚଳରେ ସ୍ଥାୟୀ ପାନୀୟଜଳ ବ୍ୟବସ୍ଥା କରାଯିବ ବୋଲି କୁହାଯାଇଛି। ତେବେ ଏଥର ମଧ୍ୟ ଯଦି ସମସ୍ୟାର ସମାଧାନ ନହୁଏ, ତେବେ ଆଗାମୀ ଦିନରେ ଆହୁରି ବଡ଼ ଆନ୍ଦୋଳନ କରାଯିବ ବୋଲି ସ୍ଥାନୀୟ ମହିଳାମାନେ ସତର୍କ କରିଛନ୍ତି।ନୂଆପଡା ରୁ ଲୋକନାଥ ମହାପାତ୍ର ଙ୍କ ରିପୋର୍ଟ
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
ବଡ଼ ଖବର
ନୂଆପଡ଼ା ଜିଲ୍ଲା ସିନାପାଲି ସଦର ଅନ୍ତର୍ଗତ ବାହାଲପଡ଼ାରେ ପାନୀୟଜଳ ସମସ୍ୟା ଦିନକୁ ଦିନ ଗୁରୁତର ରୂପ ଧାରଣ କରୁଛି
- 01-04-26
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam