ଆଜି ବିଶ୍ୱ ଏକ ବିସ୍ଫୋରକ ପରିସ୍ଥିତିର ସମ୍ମୁଖୀନ ହୋଇଛି। ରୁଷ୍-ୟୁକ୍ରେନ ଯୁଦ୍ଧ ତୀବ୍ରତର ହେଉଥିବା ବେଳେ ଶାନ୍ତି ପ୍ରକ୍ରିୟାକୁ ନେଇ ଅଚଳାବସ୍ଥା ଗମ୍ଭୀର ସ୍ଥିତି ସୃଷ୍ଟି କରିଛି। ଅନ୍ୟପକ୍ଷରେ ଆମେରିକା-ଇରାନ-ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟପ୍ରାଚ୍ୟକୁ ଜଟିଳ ସଙ୍କଟ ଭିତରକୁ ଟାଣିନେଉଛି। ସିରିଆରେ ନୂଆ ସଂଘର୍ଷ ଆରମ୍ଭ ହୋଇଛି। ଆମେରିକା-ଚୀନ୍ ମଧ୍ୟରେ ତାଇୱାନ ଓ ଦକ୍ଷିଣ ଚୀନ୍ ସାଗରକୁ ନେଇ ଯୁଦ୍ଧର ଆଶଙ୍କା ବଢ଼ୁଛି। ଡେନମାର୍କର ଗ୍ରୀନଲାଣ୍ଡ୍କୁ ଅକ୍ତିଆର କରିବା ପାଇଁ ଆମେରିକାର ଆଗ୍ରହ ନୂଆ ବିବାଦକୁ ବଳ ଦେଲାଣି। ମେକ୍ସିକୋର ଡ୍ରଗ୍ ଯୁଦ୍ଧ ଓ କଲମ୍ବିଆର ଆଭ୍ୟନ୍ତରୀଣ ସଂଘର୍ଷ ସମଗ୍ର ବିଶ୍ୱକୁ ଅସ୍ଥିର କରି ଦେଇଛି। ଶାନ୍ତି ଆଶା କ୍ଷୀଣ ହେଉଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅନିଶ୍ଚିତ ରଣନୀତି ବିଶ୍ବବ୍ୟାପୀ ଦ୍ବନ୍ଦ୍ବ ଓ ଆଶଙ୍କା ବଢ଼ାଇ ଦେଇଛି।ତେହରାନ: ଇରାନରେ ଅର୍ଥନୈତିକ ସଙ୍କଟକୁ କେନ୍ଦ୍ରକରି ଆରମ୍ଭ ହୋଇଥିବା ବିକ୍ଷୋଭ ଏବେ ରାଜନୈତିକ ବିଦ୍ରୋହର ରୂପ ନେଇଛି। ଦେଶବ୍ୟାପୀ ଆନ୍ଦୋଳନକାରୀଙ୍କ ହିଂସାତ୍ମକ ବିକ୍ଷୋଭ ଅଣାୟତ୍ତ ସ୍ଥିତି ସୃଷ୍ଟି କରିଛି। ୨୦୨୫ ଡିସେମ୍ବର ୨୮ରୁ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ ଏବେ ଦେଶର ୩୧ ପ୍ରଦେଶର ୧୦୦ରୁ ଅଧିକ ସହରକୁ ବ୍ୟାପିଛି। ବିକ୍ଷୋଭକାରୀମାନେ ଇସ୍ଫାହାନରେ ଇସ୍ଲାମିକ ରିପବ୍ଲିକ ଅଫ୍ ଇରାନ ବ୍ରଡକାଷ୍ଟିଙ୍ଗ୍ (ଆଇଆରଆଇବି) ଭବନକୁ ଜାଳି ଦେଇଛନ୍ତି। ୨୦ରୁ ଅଧିକ ପ୍ରମୁଖ ସହରରେ ବିପୁଳ ଜନସମାଗମ ରାସ୍ତା ଅଧିକାର କରିନେବାରୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏହି ବିକ୍ଷୋଭର ମୂଳ କାରଣ ହେଉଛି ଇରାନୀ ମୁଦ୍ରା ରିଆଲ୍ର ମୂଲ୍ୟ ହ୍ରାସ, ଦର ବୃଦ୍ଧି ଓ ବେକାରୀ। ଏହି ଆନ୍ଦୋଳନ ଏବେ ଶାସନ ବ୍ୟବସ୍ଥା ପରିବର୍ତ୍ତନ ଓ ଇସଲାମିକ ରିପବ୍ଲିକର ସମାପ୍ତି ଦାବିରେ ପରିଣତ ହୋଇଛି। ଆନ୍ଦୋଳକାରୀମାନେ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖେମିନିଙ୍କ ବିରୋଧରେ ସ୍ଲୋଗାନ ଦେଉଛନ୍ତି ଏବଂ ଦେଶରେ କଠୋରପନ୍ଥୀଙ୍କ ଶାସନର ତୁରନ୍ତ ପରିସମାପ୍ତି ପାଇଁ ଦାବି କରିଛନ୍ତି। ସେମାନେ ନିର୍ବାସିତ କ୍ରାଉନ ପ୍ରିନ୍ସ ରାଜା ପାହଲଭିଙ୍କୁ ସମର୍ଥନ କରୁଛନ୍ତି। ଗଣ ବିଦ୍ରୋହ ପାଇଁ ପାହଲଭିଙ୍କ ଆହ୍ୱାନ ପରେ ଦେଶବ୍ୟାପୀ ଲୋକେ ରାସ୍ତାକୁ ଓହ୍ଲାଇଛନ୍ତି।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam