ଅହମଦାବାଦ: ନେଦରଲାଣ୍ଡ୍ସକୁ ଭାରତ ଟି୨୦ ବିଶ୍ବକପ୍-୨୦୨୬ର ୩୬ତମ ମ୍ୟାଚ୍ରେ ୧୭ ରନ୍ରେ ପରାସ୍ତ କରିଛି। ନେଦରଲାଣ୍ଡ୍ସ ଟିମ୍ ୨୦ ଓଭରରେ ୭ଟି ୱିକେଟ୍ ହରାଇ ୧୭୬ ରନ୍ ସଂଗ୍ରହ କରିଛି। ଭାରତ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ସର୍ବାଧିକ ୩ଟି ୱିକେଟ୍ ନେଇଛନ୍ତି। ଶିଭମ ଦୁବେଙ୍କୁ ୨ଟି ୱିକେଟ୍ ମିଳିଥିଲା ବେଳେ ଯଶପ୍ରୀତ ବୁମରା ଓ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ। ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ବୁଧବାର ଦିନ ଏହି ମ୍ୟାଚ୍ରେ ଟସ୍ ଜିଣି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୬ଟି ୱିକେଟ୍ ହରାଇ ୧୯୩ ରନ୍ କରିଥିଲା। ଫଳରେ ନେଦରଲାଣ୍ଡ୍ସକୁ ବିଜୟ ପାଇଁ ୧୯୪ ରନ୍ର ଲକ୍ଷ୍ୟ ମିଳିଥିଲା।ଚଳିତ ଟ୍ବେଣ୍ଟି-୨୦ ବିଶ୍ବକପ୍ରେ ନିଜ ଚତୁର୍ଥ ତଥା ଶେଷ ଲିଗ୍ ମ୍ୟାଚ୍ରେ ନେଦରଲାଣ୍ଡ୍ସକୁ ପ୍ରମୁଖ ଟ୍ରଫି ଦାବିଦାର ତଥା ଆୟୋଜକ ଭାରତ ୧୭ ରନ୍ରେ ହରାଇ ଅପରାଜେୟ ଭାବେ ସୁପର-୮ ପର୍ଯ୍ୟାୟକୁ ଯାଇଛି। ସେହିଭଳି ବିଶ୍ବକପ୍ରେ ନିଜ ବିଜୟ ଧାରାକୁ ୧୨କୁ ବଢ଼ାଇଛି ଟିମ୍ ଇଣ୍ଡିଆ। ବୁଧବାର ଭାରତୀୟ ଦଳ ପୁଣି ଥରେ ଓପନିଂ ବିଫଳତାର ସମ୍ମୁଖୀନ ହୋଇଥିଲା। ଫର୍ମ ପାଇଁ ଯୁଝୁଥିବା ଅଭିଷେକ ଶର୍ମା ତୃତୀୟ ବଲ୍ରେ କ୍ଲିନ୍ ବୋଲ୍ଡ ହୋଇଥିଲେ।ପାକିସ୍ତାନ ବିପକ୍ଷ ମ୍ୟାଚ୍ର ନାୟକ ଈଶାନ କିଶନ ମଧ୍ୟ ୧୮ ରନ୍ରେ ଆଉଟ୍ ହୋଇଯାଇଥିଲେ। ତେବେ ଶିବମ ଦୁବେଙ୍କ ୬୧ ଏବଂ ତିଳକ ବର୍ମା (୩୧), ଅଧିନାୟକ ସୂର୍ଯ୍ୟକୁମାର ଯାଦବ (୩୪) ଓ ହାର୍ଦିକ ପାଣ୍ଡ୍ୟା (୩୦)ଙ୍କ ଦ୍ରୁତ ଓ ଉପଯୋଗୀ ପାଳି ବଳରେ ଏକଦା ସଂଘର୍ଷ କରୁଥିବା ଭାରତ ୬ ୱିକେଟ୍ ହରାଇ ୧୯୩ ରନ୍ର ସମ୍ମାନଜନକ ସ୍କୋର୍ କରି ନେଇଥିଲା। ଜବାବରେ ଭାରତୀୟ ଖେଳାଳିଙ୍କ ଦୁର୍ବଳ ଫିଲ୍ଡିଂରୁ ଫାଇଦା ଉଠାଇ ନେଦରଲାଣ୍ଡ୍ସ ଶେଷ ପର୍ଯ୍ୟନ୍ତ ଲଢ଼ିଥିଲା। ତେବେ ୭ ୱିକେଟ୍ ବିନିମୟରେ ୧୭୬ ରନ୍ରେ ଅଟକି ଯାଇଥିଲା। ଆଶ୍ଚର୍ଯ୍ୟଜନକ ଭାବେ ଏହି ଦଳର ଜଣେ ହେଲେ ବି ବ୍ୟାଟର୍ ଅର୍ଦ୍ଧଶତକ ଛୁଇଁ ନଥିଲେ। ତେବେ ଛୋଟଛୋଟ ପାଳିରେ ଭାରତୀୟ ବୋଲରଙ୍କୁ ଅଡ଼ୁଆରେ ପକାଇଥିଲେ। ଭାରତର ସଫଳତମ ବୋଲର୍ ଭାବେ ବରୁଣ ଚକ୍ରବର୍ତ୍ତୀ ତିନିଟି ୱିକେଟ୍ କରାୟତ୍ତ କରିଥିଲେ। ଦୁବେ ତାଙ୍କ ଦମ୍ଦାର ପାଳି ପାଇଁ ମ୍ୟାଚ୍ର ଶ୍ରେଷ୍ଠ ଖେଳାଳି ପୁରସ୍କାର ପାଇଥିଲେ।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam