ଲଣ୍ଡନ୍: ଏକ ନାଇଟ୍ କ୍ଲବ୍ ଘଟଣା ପାଇଁ ଏବେ ଅଡୁଆରେ ପଡ଼ିଯାଇଛନ୍ତି ଦୁଇ ଇଂଲଣ୍ଡ କ୍ରିକେଟର୍। ସେମାନେ ହେଲେ ଟେଷ୍ଟ୍ ଦଳ ଅଧିନାୟକ ବେନ୍ ଷ୍ଟୋକ୍ସ ଏବଂ ଦ୍ରୁତ ବୋଲର ଗସ୍ ଆଟକିନସନ୍। ଇଂଲଣ୍ଡ କ୍ରିକେଟ୍ ବୋର୍ଡ (ଇସିବି) ଏହାର ତଦନ୍ତ ବି କରୁଛି। ଦଳୀୟ ଶୃଙ୍ଖଳା ଉଲ୍ଲଂଘନ ଓ ସଂସ୍କୃତିକୁ ନେଇ ପ୍ରଶ୍ନ ବି ଉଠିଛି। ନ୍ୟୁଜିଲାଣ୍ଡ୍ ବିପକ୍ଷ ପ୍ରଥମ ଟେଷ୍ଟ୍ ବିଜୟ ପରେ ଏହି ଘଟଣା ନଜରକୁ ଆସିବା ପରେ ଇସିବି ମଧ୍ୟ କଠୋର ହୋଇଛି। ଚଳିତ ବର୍ଷ ପ୍ରାରମ୍ଭରେ ଏକ ଆସେସ୍ ଶୃଙ୍ଖଳା ବେଳେ ଖେଳାଳିମାନେ ମାତ୍ରାଧିକ ମଦ୍ୟପାନ କରିବା ଘଟଣା ମଧ୍ୟ ବିବାଦ ଭିତରକୁ ଆସିଥିଲା, ସେତେବେଳେ ହ୍ୟାରି ବ୍ରୁକ୍ ବହୁ ସମାଲୋଚିତ ହୋଇଥିଲେ। ଏଭଳି ଘଟଣା ବାରମ୍ବାର ଦୃଷ୍ଟିଗୋଚର ହେଉଥିବାରୁ ଇସିବି ଖେଳାଳିଙ୍କ ଆଚରଣ ସଂହିତାରେ କଠୋର ନିୟମାବଳି ଜାରି କରିଥିଲା। ଏହା ସତ୍ତ୍ବେ ଘଟଣାର ପୁନରାବୃତ୍ତି ହୋଇଥିବାରୁ ଇଂଲଣ୍ଡର ଦଳୀୟ ସଂସ୍କୃତିକୁ ନେଇ ଚିନ୍ତା ବଢ଼ିଛି।
Breaking News
- ପାକିସ୍ତାନରେ ଆର୍ଥିକ ସଙ୍କଟ: ଦାରିଦ୍ର୍ୟ ହାର ବଢ଼ି ୨୮.୯% ଛୁଇଁଲା, ଶିକ୍ଷା ବଜେଟରେ ୨୩% ହ୍ରାସ: ପାକିସ୍ତାନର ସାମ୍ପ୍ରତିକ ଅର୍ଥନୈତିକ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ଚିତ୍ର ସାମ୍ନାକୁ ଆସିଛି। ଦେଶର ମୁଦ୍ରାସ୍ଫୀତି, ଆର୍ଥିକ ଅସମାନତା ଏବଂ ଦୈନନ୍ଦିନ ଅତ୍ୟାବଶ୍ୟକ ସାମଗ୍ରୀର ଆକାଶଛୁଆଁ ମୂଲ୍ୟ ଯୋଗୁଁ କ୍ରମାଗତ ଭାବେ ଲୋକଙ୍କ କ୍ରୟ ଶକ୍ତି ହ୍ରାସ ପାଇବାରେ ଲାଗିଛି।
- ଏନଇଇଟି ପେପର ଲିକ୍ ପ୍ରସଙ୍ଗରେ ବିଜେପି ବିରୋଧରେ ଦେଶବ୍ୟାପୀ ପ୍ରତିବାଦ କରିବେ ରାହୁଲ ଗାନ୍ଧୀ: ଜୁନ୍ ୧୭ରୁ କୋଟାରୁ ଆରମ୍ଭ: କଂଗ୍ରେସ ମହାସଚିବ କେସି ଭେନୁଗୋପାଳ କହିଛନ୍ତି ଯେ, ରାହୁଲ ଗାନ୍ଧୀ ଦେଶର ଛାତ୍ରଛାତ୍ରୀ ଏବଂ ଯୁବପିଢ଼ିଙ୍କ ସବୁଠାରୁ ବିଶ୍ୱସ୍ତ ଏବଂ ବିଶ୍ୱସନୀୟ ସ୍ୱର ଭାବରେ ଉଭା ହୋଇଛନ୍ତି।
- ଗଣ ଇସ୍ତଫା ଆହ୍ବାନ ଦେବାପରେ ଟିଏମସି ବିଧାୟକ ମଦନ ମିତ୍ରାଙ୍କ ବାସଭବନରେ ଇଡି ଚଢ଼ଉ: ପଶ୍ଚିମବଙ୍ଗରେ ଏବେ ରାଜନୈତିକ ତାତି ପ୍ରବଳ ବେଗରେ ବଢ଼ିଯାଇଛି। ତୃଣମୂଳ କଂଗ୍ରେସର ନେତାମାନେ ଏବେ ଇଡି ( ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଚଢ଼ଉ ଠାରୁ ଆରମ୍ଭ କରି ସିଆଇଡି ତଦନ୍ତ ସାମ୍ନା କରୁଛନ୍ତି।
- କାଦୋପଡ଼ାରେ ସୋଲାର ପ୍ଲାଣ୍ଟକୁ ବିରୋଧ କରି ବୈଠକ: ମରିବୁ ପଛେ ଭିଟା ମାଟି ଛାଡ଼ିବୁ ନାହିଁ ବୋଲି ଚେତାବନୀ: ବୈଠକରେ ସମସ୍ତଙ୍କ ସହମତିରେ ମରିବୁ ପଛେ ଭିଟା ମାଟି ତଥା ଜମି ଛାଡ଼ିବୁ ନାହିଁ, ଦରକାର ପଡ଼ିଲେ ଲଢେ଼ଇ କରିବୁ ବୋଲି ଚେତାବନୀ ଦେଇଛନ୍ତି। ଆଗାମୀ ଦିନରେ ତହସିଲ କାର୍ଯ୍ୟାଳୟକୁ ଘେରାଉ କରାଯିବ ବୋଲି ବୈଠକରେ ସ୍ଥିର ହୋଇଛି ।
- ପ୍ରଧାନମନ୍ତ୍ରୀଙ୍କ ଫ୍ରାନ୍ସ-ସ୍ଲୋଭାକିଆ ଗସ୍ତ: ଜି-୭ ସମ୍ମିଳନୀରେ ଯୋଗଦେବେ, ପ୍ରତିରକ୍ଷା ସହଭାଗୀତା ଉପରେ ଗୁରୁତ୍ବାରୋପ: ଉଭୟ ଦେଶ ସହିତ ଦ୍ୱିପାକ୍ଷିକ ଆଲୋଚନା କରିବା ସହିତସେ ଜି-୭ ଶିଖର ସମ୍ମିଳନୀରେ ଯୋଗଦେବେ। ବୈଦେଶିକ ମନ୍ତ୍ରଣାଳୟ ଅନୁଯାୟୀ, ଏହି ଗସ୍ତ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜର ମୁକାବିଲା ଏବଂ ରଣନୈତିକ ସହଭାଗୀତାକୁ ଆହୁରି ମଜବୁତ କରିବାରେ ଭାରତର ଏକ ପ୍ରମୁଖ ପଦକ୍ଷେପ ହେବ ବୋଲି କୁହାଯାଉଛି।
- dsfkds hfkjhsdkjfds
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam