Breaking News
ରାଜ୍ୟ

ଆସନ୍ତାକାଲି ବନକଲାଗି ନୀତି: ଅପରାହ୍ଣ ୫ଟାରୁ ରାତି ୧୦ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ଆସନ୍ତାକାଲି ବନକଲାଗି ନୀତି: ଅପରାହ୍ଣ ୫ଟାରୁ ରାତି ୧୦ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।  ଗୁରୁବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ।  ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ। ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ।  ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ। ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Related Post