କଟକ: ଏସିଆନ ବଧିର କ୍ରିକେଟ୍ ସଂଘ (ଏଡିସିଏ) ଓ ଭାରତୀୟ ବଧିର କ୍ରିକେଟ୍ ସଂଘ (ଆଇଡିସିଏ) ମିଳିତ ଆନୁକୂଲ୍ୟରେ ଗୁରୁବାରଠାରୁ ସ୍ଥାନୀୟ ବାରବାଟୀ ଷ୍ଟାଡିୟମ୍ଠାରେ ବଧିର ଏସିଆ କପ୍ ଟ୍ବେଣ୍ଟି-୨୦ ପ୍ରତିଯୋଗିତା ଆରମ୍ଭ ହେବ। ଏଥିରେ ଭାରତ, ଶ୍ରୀଲଙ୍କା ଓ ନେପାଳ ଅଂଶଗ୍ରହଣ କରୁଛନ୍ତି। ଉଦ୍ଘାଟନୀ ମ୍ୟାଚ୍ରେ ଭାରତ-ଶ୍ରୀଲଙ୍କା ଖେଳିବେ ବୁଧବାର ଓସିଏ ସମ୍ମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ‘ଏଡିସିଏ’ ସଭାପତି ସୁମିତ ଜୈନ ସୂଚନା ଦେଇଛନ୍ତି। ଏହି ଅବସରରେ ଏସିଆ କପ୍ର ଜର୍ସି ଉନ୍ମୋଚିତ ହୋଇଥିଲା। ଏହି ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ଅଧିନାୟକ ବୀରେନ୍ଦ୍ର ସିଂହ, ଶ୍ରୀଲଙ୍କା ଅଧିନାୟକ ଏ. କଲପ ଓ ନେପାଳ ଅଧିନାୟକ ବୈଧନାଥ ଚୌଧୁରୀଙ୍କ ସମେତ ଆଇଡିସିଏ ମୁଖ୍ୟ କାର୍ଯ୍ୟନିର୍ବାହୀ ରୋମା ବଲୱାନୀ, ଓଡ଼ିଶା ମୁଖ୍ୟ କାର୍ଯ୍ୟନିର୍ବାହୀ ଶର୍ମିଳା ସୁବ୍ରମଣ୍ୟମ୍ ପ୍ରମୁଖ ଉପସ୍ଥିତ ଥିଲେ। ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ପ୍ରତ୍ୟେକ ଦଳ ୪ଟି ଲେଖାଏଁ ମ୍ୟାଚ୍ ଖେଳିବେ। ଶ୍ରେଷ୍ଠ ଦୁଇ ଦଳ ଫାଇନାଲ୍ ମ୍ୟାଚ୍ ଖେଳିବେ। ଭାରତୀୟ ଦଳରେ ୨ ଓଡ଼ିଆ ଖେଳାଳି ଅଲ୍ରାଉଣ୍ଡର ସନ୍ତୋଷ କୁମାର ମହାପାତ୍ର ଓ ଦ୍ରୁତ ବୋଲର ଶିବୁନ ନନ୍ଦ ରହିଛନ୍ତି। ଅନ୍ୟ ଦୁଇ ଜଣ ଓଡ଼ିଆ ଶକ୍ତି ସ୍ୱରୂପ ଦାସ ସହକାରୀ ପ୍ରଶିକ୍ଷକ ଓ ଜଗନ୍ନାଥ ଫିଜିଓ ରହିଛନ୍ତି। ଏଡିସିଏର ସୋସିଆଲ ମିଡିଆ ପ୍ଲାଟଫର୍ମରେ ମ୍ୟାଚ୍ଗୁଡ଼ିକର ସିଧାପ୍ରସାରଣ କରାଯିବ। ‘ଏଡିସିଏ’ ସଭାପତି ସୁମିତ କହିଛନ୍ତି ଯେ, ଏସିଆ ମହାଦେଶରେ ବଧିର କ୍ରିକେଟ୍ ଖେଳାଳିଙ୍କୁ ପ୍ରୋତ୍ସାହନ ଦେବା ଆଭିମୁଖ୍ୟ ନେଇ ଏସିଆନ ବଧିର କ୍ରିକେଟ ସଂଘ ପ୍ରଥମ ଥର ପାଇଁ ଏହି ପ୍ରତିଯୋଗିତା ଆୟୋଜନ କରୁଛନ୍ତି। ଏହି ପ୍ରତିଯୋଗିତା ଆୟୋଜନ କରିବାରେ ସହଯୋଗ କରୁଥିବାରୁ କର୍ମକର୍ତ୍ତାମାନେ ‘ଓସିଏ’କୁ କୃତଜ୍ଞତା ଅର୍ପଣ କରିଛନ୍ତି।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam