ଭୁବନେଶ୍ବର: ରାଜ୍ୟ ସରକାର ୨ବର୍ଷ ପୂରଣ କରିବାକୁ ଯାଉଛି। ଲୋକଙ୍କ ଅଭିଯୋଗର ଶୁଣାଣି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସମ୍ପୂର୍ଣ୍ଣ ଭାବେ ସକ୍ରିୟ ହୋଇଛି। ମୁଖ୍ୟମନ୍ତ୍ରୀ ଆଜିକୁ ମିଶାଇ ୧୮ଥର ଶୁଣାଣି କରିସାରିଛନ୍ତି। ଗତ ୧୭ପାଳି ସୁଦ୍ଧା ଅଭିଯୋଗ ପ୍ରକୋଷ୍ଠରେ ପ୍ରତ୍ୟକ୍ଷ ଭାବେ ଆସି ଅଭିଯୋଗ ଦେଇଥିବା ୧୪ହଜାର ୬୫୧ଟି ଅଭିଯୋଗ ମଧ୍ୟରୁ ୧୪ହଜାର ୪୬ ଅର୍ଥାତ ୯୬% ଅଭିଯୋଗର ସମାଧାନ କରାଯାଇଛି। ଜିଲ୍ଲାସ୍ତରରେ ଏପ୍ରିଲ ମାସ ସୁଦ୍ଧା ୨.୪୦ ଲକ୍ଷ ଅଭିଯୋଗ ଶୁଣାଣି ହୋଇ ୯୨% ସମାଧାନ ହୋଇଛି। ଫଳରେ ସାଧାରଣ ଲୋକଙ୍କୁ ସେମାନଙ୍କ ଆପତ୍ତି ଅଭିଯୋଗ ଶୁଣାଣି ପାଇଁ ଆଉ ପୂର୍ବ ଭଳି ହଇରାଣ ହରକତ ହେବାକୁ ପଡ଼ୁନାହିଁ। ପ୍ରଶାସନିକ ବ୍ୟବସ୍ଥାରେ ଏହି ପରିବର୍ତ୍ତନ ସାଧାରଣ ଲୋକଙ୍କ ଭିତରେ ଏକ ବଡ଼ ପ୍ରଭାବ ପକାଇଛି। ସରକାରଙ୍କ ଉପରେ ସେମାନଙ୍କ ଆସ୍ଥା ବୃଦ୍ଧି ପାଇଛି। ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୮ତମ ପାଳି। ଉଭୟ ଅନ୍ଲାଇନ୍ ଓ ଅଫ୍ଲାଇନ୍ ଜରିଆରେ ୬୦୦ରୁ ଅଧିକ ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସକାଳେ ଭୁବନେଶ୍ୱର ୟୁନିଟ୍-୨ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ବାହାରେ ଅପେକ୍ଷା କରିଥିବା ୩୦ ଜଣ ଦିବ୍ୟାଙ୍ଗ ଓ ଦୁରାରୋଗ୍ୟରେ ପୀଡ଼ିତ ଲୋକଙ୍କ ସମସ୍ୟା ଶୁଣିଥିଲେ। ଅଭିଯୋଗପତ୍ର ଅନୁସାରେ ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ପ୍ରକୋଷ୍ଠ ଭିତରେ ପଞ୍ଜୀକୃତ କରିଥିବା ଅଭିଯୋଗକାରୀଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ରୋଗରେ ପୀଡ଼ିତ ପ୍ରାୟ ୧୩ ଜଣ ଅଭିଯୋଗକାରୀଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ୍ ଜରିଆରେ ୩.୬୦ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ରାଶି ମଞ୍ଜୁର କରିଛନ୍ତି। ସେହିଭଳି ପୁଅର ଦୁର୍ଘଟଣା ଜନିତ ମୃତ୍ୟୁ ପାଇଁ ନୟାଗଡ଼ ଜିଲ୍ଲାର କାମାକ୍ଷୀ ସାହୁଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦୁଇ ବର୍ଷ ମଧ୍ୟରେ ରାଜ୍ୟ ସରକାରଙ୍କ ଅଭିଯୋଗ ଶୁଣାଣି ପ୍ରକ୍ରିୟା ରାଜ୍ୟ ପ୍ରଶାସନିକ ବ୍ୟବସ୍ଥାର ଏକ ଅଭିନ୍ନ ଅଙ୍ଗ ପାଲଟିଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବର୍ତ୍ତମାନ ଏହି କାର୍ଯ୍ୟକ୍ରମ ଟିକେ କମ୍ ଅଛି। ଗ୍ରୀଷ୍ମ ଋତୁ ପରେ ଏହାକୁ ଆହୁରି ବ୍ୟାପକ କରାଯିବ। ଭୁବନେଶ୍ୱର ବାହାରେ ବିଭିନ୍ନ ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହାଦ୍ୱାରା ଦୂରଦୂରାନ୍ତରୁ ଲୋକମାନେ ଆଉ ଖର୍ଚ୍ଚାନ୍ତ ଓ ହଇରାଣ ହୋଇ ଭୁବନେଶ୍ୱର ଆସିବେ ନାହିଁ। ପ୍ରଶାସନ ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ସମସ୍ୟା ଶୁଣିବ।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠକୁ ଆସିଥିବା ଅଭିଯୋଗର ୯୬% ସମାଧାନ: ମୁଖ୍ୟମନ୍ତ୍ରୀଙ୍କ ୧୮ତମ ପାଳି ଅଭିଯୋଗ ଶୁଣାଣି
- 02-06-26
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam