ବ୍ରହ୍ମପୁର: ସନ୍ଦେହଜନକ ଭାବେ ପୋଡ଼ିଯାଇଥିବା କନେଷ୍ଟବଳ ଆଶୁତୋଷ ମୃଦଙ୍ଗିୟା ଆଜି (ଶୁକ୍ରବାର) ଆଖି ବୁଜିଛନ୍ତି। ଏମ୍ସ ବର୍ଣ୍ଣ କେୟାର ୱାର୍ଡରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଶରୀରର ୮୦ ଭାଗରୁ ଅଧିକ ପୋଡ଼ି ଯାଇଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବ୍ରହ୍ମପୁର ଓ ପରେ ଏମ୍ସ ନିଆଯାଇଥିଲା। ଗତ ୫ ତାରିଖ ସନ୍ଧ୍ୟାରେ ବିଜିପୁର ପୁଲିସ କ୍ବାର୍ଟର୍ସରେ ରହୁଥିବା ପତ୍ନୀଙ୍କ ଘର ସାମନାରେ ସେ ପୋଡ଼ି ଯାଇଥିଲେ। ଆରମ୍ଭରୁ ଏହା ଆତ୍ମାହୁତି ବୋଲି କୁହାଯାଉଥିଲେ ବି ପରେ ପତ୍ନୀ ଓ ଶାଳକଙ୍କ ନାଁରେ ହତ୍ୟା ଉଦ୍ୟମ ଅଭିଯୋଗ ହୋଇଥିଲା। ତେଣୁ ପୁଲିସ ଏକ ହତ୍ୟା ଉଦ୍ୟମ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଏମ୍କେସିଜିରେ ମାଜିଷ୍ଟ୍ରେଟ୍, ଡାକ୍ତର ଓ ପୁଲିସ ଉପସ୍ଥିତିରେ ଗୁରୁତର କନେଷ୍ଟେବଳଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ନିଆଯାଇଥିଲା। ପତ୍ନୀ ଓ ଶାଳକଙ୍କ ନାଁ ନେଇ ସେ ହତ୍ୟା ଉଦ୍ୟମ କରିଥିବା କହିଥିବା ବି ରେକର୍ଡ କରାଯାଇଥିଲା।ଗୁରୁତର ହେବାରୁ ରାତାରାତି ତାଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ଆଜି ପୂର୍ବାହ୍ଣରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଥାନାରେ ରୁଜୁ ହୋଇଥିବା ହତ୍ୟା ଉଦ୍ୟମ ମାମଲା ଏବେ ହତ୍ୟା ମାମଲାରେ ରୂପାନ୍ତରିତ ହେବ ବୋଲି ଏସ୍ପି ଡା. ଶରବଣା ବିବେକ ଏମ୍ କହିଛନ୍ତି। ପତ୍ନୀ ସନ୍ଧ୍ୟା ନାୟକ ଓ ଶାଳକଙ୍କ ନାମରେ ୨୪୭/୨୬ରେ ଏକ ମାମଲା ରୁଜୁ ହୋଇଛି। ଉଭୟଙ୍କୁ ଥାନାକୁ ଡାକି ପୁଲିସ ସେମାନଙ୍କ ବୟାନ ରେକର୍ଡ କରିଛି। ପୁଲିସ ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରୁ ଦରପୋଡ଼ା ପ୍ଲାଷ୍ଟିକ ବୋତଲ, ଦିଆସିଲି ଖୋଳ, ଆଶୁତୋଷଙ୍କ ମୋବାଇଲ ଓ ବାଇକ ଜବତ କରିଛି। ଘଟଣାର ସମସ୍ତ ପାରିପାର୍ଶ୍ବିକ ଦିଗକୁ ନେଇ ତଦନ୍ତ ଜାରି ରହିଛି। ଉଭୟ ସନ୍ଧ୍ୟା ଓ ତାଙ୍କ ଭାଇଙ୍କ ବୟାନର ସତ୍ୟତା ଜାଣିବା ପାଇଁ ସେମାନଙ୍କର ମିଛଧରା (ପଲିଗ୍ରାଫ୍) ପରୀକ୍ଷା ହେବ ବୋଲି ଏସ୍ପି କହିଛନ୍ତି। ଏହି ମାମଲାର ତଦନ୍ତ ପାଇଁ ପୁଲିସ ମୁଖ୍ୟାଳୟ ଡିଏସ୍ପି ବିଶ୍ୱରଂଜନ ଦାଶଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇଥିବା ଜଣାପଡ଼ିଛି।
Breaking News
- ପାକିସ୍ତାନରେ ଆର୍ଥିକ ସଙ୍କଟ: ଦାରିଦ୍ର୍ୟ ହାର ବଢ଼ି ୨୮.୯% ଛୁଇଁଲା, ଶିକ୍ଷା ବଜେଟରେ ୨୩% ହ୍ରାସ: ପାକିସ୍ତାନର ସାମ୍ପ୍ରତିକ ଅର୍ଥନୈତିକ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ଚିତ୍ର ସାମ୍ନାକୁ ଆସିଛି। ଦେଶର ମୁଦ୍ରାସ୍ଫୀତି, ଆର୍ଥିକ ଅସମାନତା ଏବଂ ଦୈନନ୍ଦିନ ଅତ୍ୟାବଶ୍ୟକ ସାମଗ୍ରୀର ଆକାଶଛୁଆଁ ମୂଲ୍ୟ ଯୋଗୁଁ କ୍ରମାଗତ ଭାବେ ଲୋକଙ୍କ କ୍ରୟ ଶକ୍ତି ହ୍ରାସ ପାଇବାରେ ଲାଗିଛି।
- ଏନଇଇଟି ପେପର ଲିକ୍ ପ୍ରସଙ୍ଗରେ ବିଜେପି ବିରୋଧରେ ଦେଶବ୍ୟାପୀ ପ୍ରତିବାଦ କରିବେ ରାହୁଲ ଗାନ୍ଧୀ: ଜୁନ୍ ୧୭ରୁ କୋଟାରୁ ଆରମ୍ଭ: କଂଗ୍ରେସ ମହାସଚିବ କେସି ଭେନୁଗୋପାଳ କହିଛନ୍ତି ଯେ, ରାହୁଲ ଗାନ୍ଧୀ ଦେଶର ଛାତ୍ରଛାତ୍ରୀ ଏବଂ ଯୁବପିଢ଼ିଙ୍କ ସବୁଠାରୁ ବିଶ୍ୱସ୍ତ ଏବଂ ବିଶ୍ୱସନୀୟ ସ୍ୱର ଭାବରେ ଉଭା ହୋଇଛନ୍ତି।
- ଗଣ ଇସ୍ତଫା ଆହ୍ବାନ ଦେବାପରେ ଟିଏମସି ବିଧାୟକ ମଦନ ମିତ୍ରାଙ୍କ ବାସଭବନରେ ଇଡି ଚଢ଼ଉ: ପଶ୍ଚିମବଙ୍ଗରେ ଏବେ ରାଜନୈତିକ ତାତି ପ୍ରବଳ ବେଗରେ ବଢ଼ିଯାଇଛି। ତୃଣମୂଳ କଂଗ୍ରେସର ନେତାମାନେ ଏବେ ଇଡି ( ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଚଢ଼ଉ ଠାରୁ ଆରମ୍ଭ କରି ସିଆଇଡି ତଦନ୍ତ ସାମ୍ନା କରୁଛନ୍ତି।
- କାଦୋପଡ଼ାରେ ସୋଲାର ପ୍ଲାଣ୍ଟକୁ ବିରୋଧ କରି ବୈଠକ: ମରିବୁ ପଛେ ଭିଟା ମାଟି ଛାଡ଼ିବୁ ନାହିଁ ବୋଲି ଚେତାବନୀ: ବୈଠକରେ ସମସ୍ତଙ୍କ ସହମତିରେ ମରିବୁ ପଛେ ଭିଟା ମାଟି ତଥା ଜମି ଛାଡ଼ିବୁ ନାହିଁ, ଦରକାର ପଡ଼ିଲେ ଲଢେ଼ଇ କରିବୁ ବୋଲି ଚେତାବନୀ ଦେଇଛନ୍ତି। ଆଗାମୀ ଦିନରେ ତହସିଲ କାର୍ଯ୍ୟାଳୟକୁ ଘେରାଉ କରାଯିବ ବୋଲି ବୈଠକରେ ସ୍ଥିର ହୋଇଛି ।
- ପ୍ରଧାନମନ୍ତ୍ରୀଙ୍କ ଫ୍ରାନ୍ସ-ସ୍ଲୋଭାକିଆ ଗସ୍ତ: ଜି-୭ ସମ୍ମିଳନୀରେ ଯୋଗଦେବେ, ପ୍ରତିରକ୍ଷା ସହଭାଗୀତା ଉପରେ ଗୁରୁତ୍ବାରୋପ: ଉଭୟ ଦେଶ ସହିତ ଦ୍ୱିପାକ୍ଷିକ ଆଲୋଚନା କରିବା ସହିତସେ ଜି-୭ ଶିଖର ସମ୍ମିଳନୀରେ ଯୋଗଦେବେ। ବୈଦେଶିକ ମନ୍ତ୍ରଣାଳୟ ଅନୁଯାୟୀ, ଏହି ଗସ୍ତ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜର ମୁକାବିଲା ଏବଂ ରଣନୈତିକ ସହଭାଗୀତାକୁ ଆହୁରି ମଜବୁତ କରିବାରେ ଭାରତର ଏକ ପ୍ରମୁଖ ପଦକ୍ଷେପ ହେବ ବୋଲି କୁହାଯାଉଛି।
- dsfkds hfkjhsdkjfds
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam